ବର୍ଷା ହେଲେ ସ୍କୁଲର ଅବସ୍ଥା ବେହାଲ: ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଜାଗେଶପଦର ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ ଛାତରୁ ପାଣି ଗଡ଼ି ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୨ ବର୍ଷ ତଳେ ତିଆରି ହୋଇଥିବା ନୂତନ ଶ୍ରେଣୀଗୃହର ଅବସ୍ଥା ମଧ୍ୟ ଶୋଚନୀୟ ହୋଇଛି। ଛାତରୁ ପାଣି ଗଳି ପରିସ୍ଥିତି ଅଣାୟତ ହୋଇପଡ଼ିଛି। ଏହା ସହ ସ୍କୁଲ ଗୃହ ରାସ୍ତା ପତ୍ତନଠାରୁ ତଳେ ଥିବାରୁ ରାସ୍ତା ପାଣି ଶ୍ରେଣୀ ଗୃହରେ ପଶୁଛି। ସାମାନ୍ୟ ବର୍ଷା ହେଲେ ଛାତ୍ରୀଛାତ୍ରଙ୍କ ବସିବା ସ୍ଥାନ ଓଦା ହୋଇଯାଉଛି। ବାଧ୍ୟ ହୋଇ ଝିପିଝିପି ବର୍ଷାରେ ଛାତ୍ରୀଛାତ୍ର ବାହାରେ ବସି ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳୁଛି। ତୁରନ୍ତ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଇ ଛାତ୍ରୀଛାତ୍ରଙ୍କୁ ଆବଶ୍ୟକୀୟ ସୁବିଧା ଯୋଗାଇ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି...

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି।...

Passport Apply: ଅନ୍‌ଲାଇନ୍‌ରେ ପାସପୋର୍ଟ ପାଇଁ କିଭଳି କରିବେ ଆବେଦନ? କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିର ଡିଜିଟାଲ ଯୁଗରେ, ପାସପୋର୍ଟ କରିବା ବହୁତ ସହଜ ହୋଇଯାଇଛି। କାରଣ ଜଣେ ଘରେ ବସି ଅନଲାଇନ୍‌ରେ ପାସପୋର୍ଟ ପାଇଁ ଆବେଦନ କରିପାରିବେ। ଏଠାରେ...

MEAର ସ୍ପଷ୍ଟିକରଣ, ବୈଧ ରହିବ ଦୀର୍ଘକାଳିନ ଭିଜା

ନୂଆଦିଲ୍ଲୀ,୨୬।୪: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଗୁରୁବାର ସ୍ପଷ୍ଟ କରିଛି ଯେ ପାକିସ୍ତାନୀ ନାଗରିକଙ୍କ ପାଇଁ ସମ୍ପ୍ରତି ଭିଜା ସେବା ସ୍ଥଗିତ କରାଯିବା ସତ୍ତ୍ୱେ ହିନ୍ଦୁ...

White Houseରେ ତୁତୁମେମେ ପରେ ପ୍ରଥମ ଥର ଭେଟିଲେ ଟ୍ରମ୍ପ-ଜେଲନସ୍କି, କ’ଣ କଥାହେଲେ ଜାଣନ୍ତୁ…

ଭାଟିକାନ ସିଟି,୨୬।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ସାରା ବିଶ୍ୱରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପହଞ୍ଚିଥିଲେ। ଶନିବାର ଭାଟିକାନ ସିଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image