ବଲାଙ୍ଗୀର ଘରୋଇ ବସ୍‌ଷ୍ଟାଣ୍ଡରେ କରୋନା ସଚେତନତା: ବସ୍‌ଯାତ୍ରୀଙ୍କୁ ହାତ ଧୋଇ ଚଢ଼ିବାକୁ ପରାମର୍ଶ

ବଲାଙ୍ଗୀର ଅଫିସ,୨୦।୩: ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏକ ଜନ ସଚେତନତା କାର୍ଯ୍ୟକ୍ରମ ବଲାଙ୍ଗୀର ଟାଉନ ଘରୋଇ ବସ୍‌ ଷ୍ଟାଣ୍ଡଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଘରୋଇ ବସ୍‌ ମାଲିକ ସଂଘ,ଜିଲା ରେଡ୍‌କ୍ରସ୍‌ ସୋସାଇଟି ଓ ବିଙ୍ଗ୍‌ ହ୍ୟୁମାନ ଫାଉଣ୍ଡେଶନ ପକ୍ଷରୁ ମହାମାରୀ କରୋନାଠୁ କିପରି ରକ୍ଷା ମିଳିବ ଏବଂ କିପରି ପ୍ରତ୍ୟେକ ଲୋକ ସଚେତନ ରହିବେ ସେ ନେଇ ପରାମର୍ଶ ଦିଆଯାଇଛି। ଏହାର ପ୍ରତିକାର ଦିଗରେ କିପରି ଆଗୁଆ ସଚେତନ ରହିବେ ଏ ନେଇ ଯାତ୍ରୀମାନଙ୍କୁ ହାତ ଧୋଇ ବସ୍‌ରେ ଚଢ଼ିବା ଏବଂ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ନିୟମିତ ହାତ ଧୋଇବାକୁ କୁହାଯାଇଛି। ଏହା ସହ ଏକ ସମୟରେ ଅଧିକ ଯାତ୍ରୀ ବସ୍‌ରେ ନ ଚଢ଼ିବାକୁ ସଚେତନ କରାଯାଇଥିଲା । ଠିକ୍‌ ସେହିପରି ବସ୍‌ ଭିତରକୁ ସାନିଟାଇଜ୍‌ ମଧ୍ୟ କରାଯାଇଥିଲା । ଏଥିରେ ଘରୋଇ ବସ୍‌ ମାଲିକ ସଂଘ ସଭାପତି ହେମନ୍ତ କୁମାର ପଣ୍ଡା, ଜିଲା ରେଡ୍‌କ୍ରସ୍‌ ସୋସାଇଟିର ରାମନାରାୟଣ ଦାସଙ୍କ ସହ କର୍ମକର୍ତ୍ତା ଓ ବିଙ୍ଗ୍‌ ହ୍ୟୁମାନ ଫାଉଣ୍ଡେଶନର ସଭାପତି ସୋମନାଥ ମିଶ୍ର ଓ ଫାଉଣ୍ଡେଶନର ମହିଳା ସଂଗଠନର କର୍ମକର୍ତ୍ତା ଓ ବସ୍‌ମାଲିକ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri