ବଲାଙ୍ଗୀର ଛୁଇଁଲା କରୋନା: ଲେଖାରିଆ ଗ୍ରାମରୁ ୨ ଆକ୍ରାନ୍ତ ଚିହ୍ନଟ, ତାମିଲନାଡ଼ୁରୁ ଫେରିଥିଲେ

ଭୁବନେଶ୍ୱର,୧।୫(ବ୍ୟୁରୋ): ବଲାଙ୍ଗୀର ଛୁଇଁଲା କରୋନା। ଶୁକ୍ରବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛି। ଏହାକୁ ମିଶାଇଲେ ଏବେ ରାଜ୍ୟରେ ୧୫ଟି ଜିଲା କରୋନା ସଂକ୍ରମିତ ଜିଲା ତାଲିକାକୁ ଆସିଛି।

ପୂର୍ବରୁ ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କଳାହାଣ୍ଡି, ଦେଓଗଡ଼, କୋରାପୁଟ, ଝାରସୁଗୁଡ଼ା, କେନ୍ଦୁଝର, କଟକ, ଢ଼େଙ୍କାନାଳ ଏବଂ ପୁରୀରେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଅପରାହ୍ନରେ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ବଲାଙ୍ଗୀର ଜିଲା ଲେଖାରିଆ ଗ୍ରାମର। ସେମାନେ ତାମିଲନାଡ଼ୁରୁ ଫେରିଥିଲେ। ପଜିଟିଭ୍‌ ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି। ଏହି ଦୁଇଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫ରେ ପହଞ୍ଚିଛି।

Share