ବୁଗୁଡ଼ା,୨୮।୭(ଡି.ଏନ.ଏ.)-ଜନୈକା ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଏବଂ ତାଙ୍କର ଅଶ୍ଳୀଳ ଭିଡିଓକୁ ଭାଇରାଲ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ରବିବାର ଜଣେ ଯୁବକଙ୍କୁ କୋର୍ଟଚାଲାଣ କରିିଛି। ଗିରଫ ଯୁବକ ହେଲେ ବୁଗୁଡ଼ା ଥାନା ଭୋଗଡ଼ା ଗ୍ରାମର ସଞ୍ଜୟ ମିଶ୍ର। ଯୁବତୀଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ.୧୪୭/୧୯ରେ ମାମଲା ରୁଜୁ କରିଥିଲା। ୪ ବର୍ଷ ତଳେ ଯୁବକ ଜଣକ ଏକ ବିବାହ ଉତ୍ସବରେ ଯୁବତୀଙ୍କୁ ଭେଟିଥିଲେ। ପରେ ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ମଧ୍ୟ ରଖି ଆସୁଥିଲେ। ଗତ ଦୁଇ ସପ୍ତାହ ତଳେ ଯୁବତୀଙ୍କ ଏକ ଅଶ୍ଳୀଳ ଭିଡିଓକୁ ଭାଇରାଲ କରାଇବା ଫଳରେ ଯୁବତୀ ଜଣକ ଗତ ଗୁରୁବାର ସନ୍ଧ୍ୟାରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରିବା ସହ ଉଭୟଙ୍କର ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଡାକ୍ତରୀ ମାଇନା କରାଇଥିଲା।

ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ, ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧାଳୁ…
ପୁରୁଷୋତ୍ତମପୁର,୨୭ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ଗୁରୁବାର...

ଦାମୋଦରପୁରରେ ମା’ ଦଣ୍ଡକାଳୀ ଉତ୍ସବ, ମନ ଜିଣିଲା ଉଷାରାଣୀଙ୍କ ଆଙ୍କରିଂ
ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ଗ୍ରାମରେ ପ୍ରଥମ ମା ଦଣ୍ଡକାଳୀଙ୍କ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର କମାପାଲି ଦଣ୍ଡ ସକାଳେ...

ରାସ୍ତା ପାର ହେଉଥିବା ବେଳେ ବାଇକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ ଘଟଣା, କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ ଚାଳକ
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗତ ୭ ତାରିଖ ରାତି ପ୍ରାୟ ସାଢ଼େ ୮...

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ
ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର...

ଦିଗପହଣ୍ଡିରେ ଶିଶୁଙ୍କ ନାମଲେଖା, ଶିଶୁ ବାଟିକା ସଚେତନତା କାର୍ଯ୍ୟକ୍ରମ
ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ...

ଦିଗପହଣ୍ଡି ଏନ୍ଏସିର ବାର୍ଷିକ ବଜେଟ ଅଧିବେଶନ: ଖର୍ଚ୍ଚ କରାଯିବ ୧୩ କୋଟି ୩୧ ଲକ୍ଷ
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ପରିସରରେ ନଗରପାଳ ପ୍ରଫୁଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଏନଏସି ର ୧୭ ତମ ବାର୍ଷିକ...

ଉତ୍କଳ ଯାଦବ ମହାସଭା ପକ୍ଷରୁ ସରପଞ୍ଚ ସମ୍ମାନୀତ
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ଏବଂ ଷୋହଳ ଖଣ୍ଡ...

ନବନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସରପଞ୍ଚ ସଂଘ ପକ୍ଷରୁ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ନବ ନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସମ୍ବର୍ଦ୍ଧନା...