ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ

ଦିଗପହଣ୍ଡି/ଚିକିଟି,୬ା୧(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ସିନ୍ଧିଖାଳି ଗ୍ରାମ ନିକଟରେ ରବିବାର ରାତି ପ୍ରାୟ ସାଢ଼େ ୯ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅନୁଗୋଳ ଜିଲା କତଡା ଗ୍ରାମର କୁରୁପତି ପ୍ରଧାନ (୨୧) ଓ ଗୁରୁତର ସୁଜିତ ସାହୁ (୨୦) । ଏ ନେଇ କେ.ନୂଆଗାଁ ଥାନାରେ ନଂ. ୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
ଦୀର୍ଘ ଦିନଧରି କୁରୁପତି ଓ ସୁଜିତ ପାତ୍ରପୁର ବ୍ଲକ୍‌ ଖାରିଆଗୁଡ଼ା ଗ୍ରାମର ଏକ କନ୍‌ଷ୍ଟ୍ରକଶନ କମ୍ପାନୀରେ କାମ କରୁଥିଲେ। ରବିବାର ସେମାନେ ନିଜ ଗଁାକୁ ଯିବା ପାଇଁ ବାଇକ୍‌ରେ ନୂଆପଡା ଦେଇ ଦିଗପହଣ୍ଡି ଅଭିମୁଖେ ଯାଉଥିବା ସମୟରେ ସିନ୍ଧିଖାଳି ନିକଟରେ ଥିବା ଏକ କଲ୍‌ଭର୍ଟରେ ପିଟି ହୋଇଯାଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର କୁରୁପତିଙ୍କୁ ମୃତ ଘୋଷଣା କରିଥିଲେ। ସୁଜିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ପଠାଯାଇଛି। ନୂଆପଡ଼ା ଫାଣ୍ଡି ଅଧିକାରୀ ଗାଡି ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା...

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri