ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ଼ ବିପତ୍ତି ହଟିଗଲା।
ବାତ୍ୟା ‘ଦାନା’ ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ। ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ଏମ୍‌ପି, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକୁ ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି।

ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ ସମସ୍ତେ ଦିନ ରାତି ଏକ କରିଦେଇଥିଲେ।ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଛି ।

ଏ ସରକାର ଜନସାଧାରଣଙ୍କର। ଆପଣଙ୍କ ସେବା ଓ ସହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ୱ।
ଶାନ୍ତିଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର। ସମଗ୍ର ଓଡ଼ିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି। ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ଼ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି।

ସେହିପରି ବାତ୍ୟା ‘ଦାନା’ ଆସିବା ପୂର୍ବରୁ ବୃଦ୍ଧ, ବୃଦ୍ଧା ଓ ଗର୍ଭବତୀ ମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ କ୍ୟାମ୍ପରେ ପହଞ୍ଚାଇବାରେ ଆଶାକର୍ମୀ ଶିବାନୀ ମଣ୍ଡଳ ହେଳା କରି ନ ଥିଲେ। ତଳିଆ ଅଞ୍ଚଳରେ ରହୁଥିବା ବୃଦ୍ଧା ଓ ଗର୍ଭବତୀଙ୍କୁ ନିଜ କାନ୍ଧରେ ବୋହି ଆଶ୍ରୟସ୍ଥଳୀରେ ପହଞ୍ଚାଇଥିଲେ ଶିବାନୀ। ଅସହାୟଙ୍କ ପାଇଁ ସେ ପାଲଟିଥିଲେ ଦେବଦୂତ । ତାଙ୍କର ଏଭଳି କାର୍ଯ୍ୟ ପାଇଁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଥିବାବେଳେ ତୁରନ୍ତ ଆବାସ ଘର ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଡିଓ ନିଜେ ଶିବାନୀଙ୍କ ଘରେ ପହଞ୍ଚି ତାଙ୍କୁ ଆବାସ ଯୋଜନାର ୱାର୍କଅର୍ଡର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ।...

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ...

ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ।...

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri