ଭୋପାଳ,୧୮।୭: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ବାବୁ ଲାଲ ଗୌରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଏକ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଛି। ଏହାପରେ ତାଙ୍କୁ ଗୁଡଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେଇଥିବା ଡାକ୍ତର କହିଛନ୍ତି। ତେବେ ମଙ୍ଗଳବାର ସେ ଅଧିକ ଅସୁସ୍ଥ ହୋଇ ପଡିବାରୁ ମୁଖ୍ୟମନ୍ତ୍ରୀ କମଳନାଥ ତାଙ୍କୁ ଏକ ସ୍ବତନ୍ତ୍ର ବିମାନ ଯୋଗାଇ ଦେଇଥିଲେ। ଯେଉଁଥିରେ ସେ ଦିଲ୍ଲୀ ଆସି ଚିକିତ୍ସିତ ହେଉଛନ୍ତି।