Categories: ଖେଳ

ବାରବାଟୀ ଫିଭର୍‌: ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ଭାରତ

କଟକ ଅଫିସ୍‌,୨୨।୧୨: ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ମ୍ୟାଚ୍‌ ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଚୂଡ଼ାନ୍ତ ଏକାଦଶରେ ଦୀପକ ଚହରଙ୍କ ସ୍ଥାନରେ ନବଦୀପ ସଇନୀଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ଭ୍ରମଣକାରୀ ୱେଷ୍ଟଇଣ୍ଡିଜର ଚୂଡାନ୍ତ ଏକାଦଶ ଅପରିବର୍ତ୍ତିତ ରହିଛି। ସୂଚନାଯୋଗ୍ୟ, ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ୧-୧ରେ ବରାବର ଥିବାରୁ ଏହି ମ୍ୟାଚ ଉଭୟ ଦଳ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଛି। ବାରବାଟୀରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଡିସାଇଡର୍‌ ମ୍ୟାଚକୁ ନେଇ ଦର୍ଶକଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖାଦେଇଛି। ବହୁତଦିନ ପରେ ବାରବାଟୀରେ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେଉ ଥିବାରୁ ଦର୍ଶକଙ୍କ ମଧ୍ୟରେ ମ୍ୟାଚ୍‌କୁ ନେଇ ଉତ୍କଣ୍ଠା ବଢିଯାଇଛି।

Share