Categories: ଜାତୀୟ

ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ମାଡ଼ କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିବା ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି।

Share