Advertisement

ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଗୁଳିବିନିମୟ ପରେ ଯବାନମାନେ ସେଠାକୁ କୋମ୍ବିଂ ଅପରେଶନ କରି ଯିବାବେଳେ ଗୋଟିଏ ଦେଶୀ ବନ୍ଧୁକ ସହ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର କୋମ୍ବିଂ ଅପରେଶନବେଳେ ହଠାତ୍‌ ମାଓବାଦୀମାନେ ଗୁଳି ଚଳାଇଥିଲେ। ଯବାନମାନେ ମଧ୍ୟ ପାଲଟା ଗୁଳି ଚଳାଇଥିଲେ। ଗୁଳିବିନିମୟ ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share