ବାଲିଯାତ୍ରାକୁ ଜାତୀୟ ନୌବାଣିଜ୍ୟ ପର୍ବର ମାନ୍ୟତା ଦେବାକୁ ଦାବି: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ମାନ୍ୟତା ପ୍ରଦାନ କରାଯିବା ପରେ ଏବେ ଏହାକୁ ‘ଜାତୀୟ ନୌବାଣିଜ୍ୟ ଐତିହ୍ୟ ପର୍ବ’ର ମାନ୍ୟତା ଦେବାକୁ ରାଜ୍ୟ ସରକାର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ଚିଠି ଲେଖିଛନ୍ତି।
ଓଡ଼ିଶା ନୌବାଣିଜ୍ୟ କାରବାରର ପ୍ରତୀକ ହେଉଛି ବାଲିଯାତ୍ରା। ଏହା ଲୋକଙ୍କ ଭାବାବେଗ ସହ ଜଡ଼ିତ। ତେଣୁ ଏହାକୁ ଜାତୀୟ ନୌବାଣିଜ୍ୟ ଐତିହ୍ୟ ପର୍ବର ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି। ଏହା ହେଲେ ଭବିଷ୍ୟତ ପୀଢ଼ି ପ୍ରେରଣା ପାଇବେ ବୋଲି ସେ କହିଛନ୍ତି।

Share