ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଂପୃକ୍ତ କରୋନା ଆକ୍ରାନ୍ତ କୋଲକାତା ଫେରନ୍ତା ବୋଲି କୁହାଯାଉଛି। ତାଙ୍କଠାରେ କରୋନାର କୌଣସି ଲକ୍ଷଣ ଦେଖା ଦେଇ ନ ଥିଲେ ବି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।