ବାଲେଶ୍ୱରରେ ଆଉ ୨ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର, ୫।୫(ବ୍ୟୁରୋ): ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ। ଉଭୟ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା। ଏହାକୁ ମିଶାଇ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି।
ସେଥିମଧ୍ୟରୁ ୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି।

Share