ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର ପୁରୁଷ ଅଛନ୍ତି। ଉଭୟ ଆକ୍ରାନ୍ତ ଜଣେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଛି।

ସେହିଭଳି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ବର୍ତ୍ତମାନ ଓଡ଼ିଶାରେ ସକ୍ରିୟ ସଂଖ୍ୟା ୫୫ ଥିବାବେଳେ ସେଥିରୁ ୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share