ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚିତ କରାଯାଇଛି। ସୋମବାର ସକାଳେ ଜିଲାରେ ୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

Share