ବିକାଶ ଚିତ୍ର ଦେଖିଲା ଗଞ୍ଜାମ ଜିଲା ପ୍ରଶାସନ

ଛେଣ୍ଡିପଦା, ୯।୬ (ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମ ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତ ବଡ଼ମୂଳ ଏବେ ଉଦାହରଣ ପାଲଟିଛି। ଯୋଜନାବଦ୍ଧ ଭାବେ ଗ୍ରାମରେ କାର୍ଯ୍ୟକାରୀ ହୋଇଛି ବିଭିନ୍ନ ସରକାରୀ ଯୋଜନା। ଯାହା ଏବେ ଅନ୍ୟ ଜିଲା ପାଇଁ ପ୍ରେରଣାର ଉତ୍ସ ହୋଇଛି। ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମ ଯାଏ ବଡମୂଳର ବିକାଶଯାତ୍ରାକୁ ଅନୁସରଣ କରିବାକୁ ଶନିବାର ଏଠାରେ ପହଞ୍ଚିଥିଲେ ଗଞ୍ଜାମ ଜିଲାର ପ୍ରଶାସନିକ ଅଧିକାରୀ।
ଅନୁଗୋଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ତଥା ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବଡମୂଳ ଗ୍ରାମର ଅଗ୍ରଗତି ତଥା ଏହାର ସଫଳତା ସମ୍ପର୍କରେ ଅଧିକାରୀମାନେ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ପରେ ଉକ୍ତ ପ୍ରଶାସନିକ ଟିମ୍‌ ଗ୍ରାମରେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ଗ୍ରାମ୍ୟ ଗୃହ ନିର୍ମାଣ ବିଭାଗ) ସୌମ୍ୟ ରଞ୍ଜନ ହୋତା ପରିଦର୍ଶନକାରୀ ଟିମ୍‌ ମୁଖ୍ୟଙ୍କ ତତ୍ତ୍ୱାବଧାନରେ ପ୍ରାୟ ୬୪ ଜଣ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ତଥା ଜିଲା ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ। ସେହିପରି ଅନୁଗୋଳ ଜିଲା ଏବଂ ବ୍ଲକ ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସମସ୍ତ ସରକାରୀ ଯୋଜନାର ସଫଳତା ତଥା ଅଗ୍ରଗତି ସମ୍ପର୍କରେ ଉକ୍ତ ପରିଦର୍ଶନକାରୀ ଟିମ ପ୍ରଶଂସା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ହରିହର ପାଢୀ, ଏପିଡିଆରଏଚ ପ୍ରଣତି ନିବେଦିତା, ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଅତିରିକ୍ତ ବିଡିଓ ଦିଲୀପ କୁମାର ପ୍ରଧାନ, ସହକାରୀ ଯନ୍ତ୍ରୀ ଯାଦବାନନ୍ଦ ସାହୁ, କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ଟୁଡୁ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଗ୍ରାମ ସଭାପତି ଶରତଚନ୍ଦ୍ର ସାହୁ, ସମ୍ପାଦକ ପ୍ରଦୀପ କୁମାର ଦେହୁରୀ, ଦେବରାଜ ସାହୁ, ଦୁଷ୍ମନ୍ତ ସାହୁ, ନିଶାମଣି ସାହୁଙ୍କ ସମେତ ଗ୍ରାମର ଅନେକ ବୁଦ୍ଧିଜୀବୀ ତଥା ମହିଳା ଗୋଷ୍ଠୀ ସଦସ୍ୟା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri