Categories: ଜାତୀୟ

ବିକ୍ଷୋଭକାରୀଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ୟେଦିରପ୍ପା

ବେଙ୍ଗାଲୁରୁ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଉତ୍ତର ପ୍ରଦେଶରେ ସର୍ବାଧିକ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କର୍ନାଟକର ମାଙ୍ଗାଲୁରୁରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ବି. ଏସ୍‌ ୟେଦିରପ୍ପା ସୋମବାର ଏହାର ସିଆଇଡି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ରବିବାର ୟେଦିରପ୍ପା ସରକାର ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ ପାଇଁ ଘୋଷଣା କରିଥିବା ବେଳେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌. ଡି କୁମାରସ୍ବାମୀଙ୍କ ଦଳ ପକ୍ଷରୁ ମଧ୍ୟ ୨ଲକ୍ଷ ଲେଖାଏଁ ଟଙ୍କା ପ୍ରଦାନ କରାଯିବ ବୋଲି କୁହାଯାଇଥିଲା। ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ସିଏଏକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା ସମୟରେ ୨ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା।

Share