Advertisement

ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଗଲା

ଦେବଗଡ,୧୩।୫(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ନିମନ୍ତେ ଦେବଗଡ଼ ସ୍ବତନ୍ତ୍ର ଉପକାରାଗାରର ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି। ଅନ୍ତେବାସୀଙ୍କୁ ସାନିଟାଇଜର, ସାବୁନ ଓ ମାସ୍କ ଆଦି ପ୍ରଦାନ କରାଯାଇଛି। ଜେଲ ପ୍ରକୋଷ୍ଠରେ ଅନ୍ତୋବାସୀଙ୍କ ମଧ୍ୟରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଜେଲକୁ ଆସୁଥିବା ନୂତନ ବନ୍ଦୀମାନଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗର ସହଯୋଗ ନିଆଯାଉଥିବା ଜେଲ ସୁପରିଣ୍ଟେଣ୍ଡେଣ୍ଟ ବିକାଶ କୁମାର ସେଠୀ କହିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share