ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ ମଙ୍ଗଳବାର ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣରୁ ଏହା ଜଣାପଡିଛି। ବିଏସ୍‌କେୱାଇ ଆରମ୍ଭ ବେଳେ ମହିଳାଙ୍କ ପାଇଁ ୫ ଲକ୍ଷ ଟଙ୍କାର ବାର୍ଷିକ ସହାୟତା ରଖାଯାଇଥିଲା। ହେଲେ ମାଲକାନଗିରିର ଜନୈକ ମହିଳା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ମହିଳାଙ୍କ ସ୍ବାସ୍ଥ୍ୟ ସହାୟତା ରାଶି ବୃଦ୍ଧି କରିବା ପାଇଁ ଅନୁରୋଧ କରିଥିଲେ। ଏହି ଅନୁରୋଧ ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରାଇଥିଲେ।

Share