Advertisement

ବିଜେପୁରରେ କଂଗ୍ରେସର ପ୍ରଚାର

ବିଜେପୁର,୩।୧୦(ଡି.ଏନ୍‌.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଜିଲା ସଭାପତି ସତ୍ୟ ଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ, ବିଧାୟକ ଦଳ ନେତା ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ପ୍ରକାଶ ଦେବତା, ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ଯଜ୍ଞେଶ୍ବର ବାବୁ, ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପୂର୍ବତନ ସାଂସଦ ପ୍ରାର୍ଥୀ ପ୍ରଦୀପ ଦେବତା, ଅବଦୁଲ ଗଫର, ପ୍ରାର୍ଥୀ ଦିଲୀପ କୁମାର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ବହୁ ସଂଖ୍ୟାରେ ମତଦାନ କରି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଦଳୀୟ କର୍ମୀମାନେ ନିବେଦନ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share