ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୩ ଅର୍ଥାତ୍‌ ଆଜିଠାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପଦ୍ମପୁର ଉପଜିଲାପାଳ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଅକ୍ଟୋବର ୧ରେ ପ୍ରାର୍ଥୀପତ୍ର ଗୁଡିକୁ ଯାଞ୍ଚ୍‌ କରାଯିବ। ଯଦି କୌଣସି ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାକୁ ଚାହୁଁଥିବେ ତେବେ ସେମାନେ ଅକ୍ଟୋବର ୩ ମଧ୍ୟରେ ପ୍ରତ୍ୟାହାର କରିପାରିବେ। ଅକ୍ଟୋବର ୨୧ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।

Share