ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ

ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୫.୭% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ଏଥର ମୋଟ ୨,୩୨,୨୬୪ଜଣ ମତଦାତା ୫ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। ମୋଟ ଭୋଟରଙ୍କ ମଧ୍ୟରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧,୨୦,୧୩୫ ରହିଛି। ସେହିପରି ମହିଳାଙ୍କ ସଂଖ୍ୟା ୧,୧୨,୧୧୪ ଓ ୧୫ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି।

Share