ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ୫୬.୫% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ଏଥର ମୋଟ ୨,୩୨,୨୬୪ଜଣ ମତଦାତା ୫ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। ମୋଟ ଭୋଟରଙ୍କ ମଧ୍ୟରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧,୨୦,୧୩୫ ରହିଛି। ସେହିପରି ମହିଳାଙ୍କ ସଂଖ୍ୟା ୧,୧୨,୧୧୪ ଓ ୧୫ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି।

Share