Categories: ଯାଜପୁର

ବିଦ୍ୟୁତ୍‌ ଆଘାତରେ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଧର୍ମଶାଳା,୮ା୮(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ଗ୍ରାମରେ ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣଙ୍କ ଦିଗାମ୍ବରପୁର ଗ୍ରାମର ଶରତ ଖଟୁଆ (୩୫)। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ବିଦ୍ୟୁତ୍‌ ବିଭାଗର ଅବହେଳା ଦାୟୀ କରି କ୍ଷତିପୂରଣ ଦାବିରେ ମୃତକଙ୍କ ସମ୍ପର୍କୀୟ ଓ ଗ୍ରାମବାସୀ କାଏମା-ନୀରହାଟ ରାସ୍ତାରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ଓ ଥାନା ଅଧିକାରୀ ସରୋଜ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଜିଲା ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଏବଂ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୧୫ହଜାର ଟଙ୍କା ଆର୍ଥତ୍କ ସହାୟତା ଘୋଷଣା ପରେ ରାସ୍ତା ଅବରୋଧ ହଟିଥିଲା। ଏ ନେଇ ପୋଲିସ ଏକ ମାମଲା (୩୧୯/୧୯) ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ବଡ଼ଚଣା ପଠାଇ ଘଟଣାର ତଦନ୍ତ ଚଳାଇଛି। ପ୍ରକାଶ ଯେ, ଶରତ ଦେଓଦା ଗ୍ରାମରେ କାମ କରୁଥିବା ସମୟରେ ହଠାତ୍‌ ବିଦ୍ୟୁତ୍‌ ତାର ତାଙ୍କ ଉପରେ ଛିଡି ପଡିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।