ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ପ୍ରାୟ ୩ଟାରେ ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯାଇଥିଲା। ଏଥିରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କ୍ରୀଷ୍ଣା ବେହେରା(୧୩)। ଗୁରୁତରଙ୍କୁ ପ୍ରଥମେ ଫୁଲବାଣୀ ଓ ପରେ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Share