Advertisement

ବିଧାୟକଙ୍କ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ରୋଗୀଙ୍କ ଶର୍ଯ୍ୟା ସଫା ନ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ପରେ ସେ ରୋଗୀ ଏବଂ ଗର୍ଭବତୀଙ୍କ ସହ ଆଲୋଚନା କରି ତାଙ୍କୁ ଫଳ, ରୁଟି ଆଦି ବଣ୍ଟନ କରି ଫେରିଛନ୍ତି। ତାଙ୍କ ସହ ବହୁମୁଖି ସମବାୟ ସମିତିର ସଭାପତି ଧର୍ମେନ୍ଦ୍ର ପ୍ରଧାନ, ପୁର୍ବତନ ସରପଞ୍ଚ ଜ୍ୟୋତିରାଜ ପ୍ରଧାନ, ଯୁବ ନେତା ଦୀପକ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share