ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଶ୍ୱରେ ଉଦାହରଣ ପାଲଟିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ‘ତିତ୍‌ଲି’ ହେଉ ଅବା ‘ଫନୀ’, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା। ବିଶ୍ୱପାଇଁ ରାଜ୍ୟ ବେଞ୍ଚମାର୍କ ପାଲଟିଛି। ମଙ୍ଗଳବାର ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ପରିସରରେ ଆୟୋଜିତ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳନ ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ଏହାଛଡ଼ା ସେ କହିଛନ୍ତି, ଏବେ ବାତ୍ୟା ନିରୋଧି ଗୃହ ଯୋଗାଣ ପାଇଁ ପଦକ୍ଷେପ ନିଆଯାଉଛି। ବାତ୍ୟା ପ୍ରବଣ ଅଞ୍ଚଳରେ ସମସ୍ତଙ୍କୁ ଏଭଳି ଗୃହ ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ ରହିଛି। ବିପର୍ଯ୍ୟୟ ନିରୋଧି ଭିତ୍ତିଭୂମି ବିକଶିତ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share