ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ

କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା ଅଞ୍ଚଳର ଏକ ମାମଲାର ଶୁଣାଣି ବେଳେ ଜଷ୍ଟିସ୍‌ ସଞ୍ଜୀବ କୁମାର ପାଣିଗ୍ରାହୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତା ଅଭିଯୋଗ କରିଥିଲେ ଯେ, ତାଙ୍କୁ ବିବାହ ପାଇଁ ପ୍ରତିଶ୍ରୁତି ଦେଇ ସେହି ଗ୍ରାମର ଜଣେ ଯୁବକ ତାଙ୍କ ସହ ୪ ବର୍ଷ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ପରେ ବିବାହ ପାଇଁ ମନା କରିଦେଇଥିଲେ। ଏ ନେଇ ଯୁବତୀ ଜଣକ ପଟାଙ୍ଗୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଯୁବକଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଥିଲା। ହେଲେ କୋରାପୁଟ କୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ଯୁବକ ଜଣକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାର ଶୁଣାଣି ବେଳେ ହାଇକୋର୍ଟ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।

Share