ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜନ୍ମାଷ୍ଟମୀ : କୃଷ୍ଣବଳରାମ ବେଶରେ ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୨୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷକ ସୋମନାଥ ସାହୁ , ସମ୍ମାନିତ ଅତିଥି ଭାବେ ଶିଶୁମନ୍ଦିର କୋଷାଧ୍ୟକ୍ଷ ଡୋଳାମଣି ଭୋଇ, ସଂପାଦକ ଗୁରବାରୁ ସାହୁ, ମୁଖ୍ୟବକ୍ତା ଭାବେ ଗୁରୁଜୀ ତୁମେଶ୍ୱର ସାହୁ ପ୍ରମୁଖ ଯୋଗଦେଇ ଜନ୍ମାଷ୍ଟମୀ ପାଳନର ଲକ୍ଷ୍ୟ/ଉଦ୍ଦେଶ୍ୟ କହିବା ସହ ଭାଇଭଉଣୀମାନଙ୍କୁ ଆଧ୍ୟାତ୍ମିକ ଭାବନା ପ୍ରତି ମନ ନିବେଶ କରିବାକୁ ପରାମର୍ଶ ଦେଇଥିଲେ। ଏଥିରେ ସରସ୍ବତୀ ଶିଶୁମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶାନ୍ତନୁ କୁମାର ମିଶ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ଗୁରୁଜୀ ଲକ୍ଷ୍ମୀକାନ୍ତ ଜ୍ୟୋତିଷ ସଂଯୋଜନା କରିଥିଲେ। ପ୍ରତିଯୋଗିତାରେ ୨୮ଜଣ ଭାଇ ଭଉଣୀ କୃଷ୍ଣ, ବଳରାମ, ରାଧା, ସୁଦାମାଙ୍କ ବିଭିନ୍ନ ବେଶରେ ସଜ୍ଜିତ ହୋଇ ଡୁକେରମାଲ ଓ ବ୍ଲକ କଲୋନୀ ନଗର ପରିକ୍ରମା କରିଥିଲେ। ସେହିପରି ବ୍ଲକ ସଦରସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ, କୁର୍ଶୁଲା ସରସ୍ବତୀ ଶିଶୁମନ୍ଦିର, ଭଟାପଲା ସରସ୍ବତୀ ଶିଶୁମନ୍ଦିର, ରିଷିଡ଼ା ସରସ୍ବତୀ ଶିଶୁମନ୍ଦିରରେ ମଧ୍ୟ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର...

ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯...

ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ

ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ...

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image