Advertisement

ବିଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଆନନ୍ଦପୁର,୨୬।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ସାଇଁକୁଳ ଓଭରବ୍ରିଜ ନିକଟ ଏକ ବିଲରୁ ଗୁରୁବାର ପୋଲିସ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମହିଳାଙ୍କ ବୟସ ୨୫/୨୬ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ମୃତଦେହର କିଛି ସ୍ଥାନରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଛି।

ସ୍ଥାନୀୟ ଲୋକେ ସକାଳେ ବିଲ ଭିତରେ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ରାମଚନ୍ଦ୍ରପୁର ଥାନା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। ପୋଲିସ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ସୂଚନା ଦେଇଥିବା ଜଣାପଡ଼ିଛି। ତେବେ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share