ବିଲ ଭିତରକୁ ପଶିଗଲା ଟ୍ରକ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

କୋଳିମାଟି,୬ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଘଷିପୁରା ଥାନା ଅଧୀନରେ ଥିବା ୨୦ନଂ ଜାତୀୟ ରାଜ କୋଳିମାଟି ଛକ ନିକଟରେ ବୁଧବାର ରାତିରେ ଘଟଗାଁ ପଟରୁ ଆସୁଥିବା ଲୁହା ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଯାଇଛି ା ସୌଭାଗ୍ୟ ବଶତଃ ଡ୍ରାଇଭର ଏବଂ ହେଲପର ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଛକର ଦୋକାନୀମାନେ ଡ୍ରାଇଭର ଓ ହେଲପରଙ୍କୁ ଗାଡ଼ି ଭିତରୁ ଉଦ୍ଧାର କରି ଘଷିପୁରା ଥାନାକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚିି ତଦନ୍ତ ଜାରି ରଖିଛି।