ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥଙ୍କ ପରଲୋକ

କଟକ ଅଫିସ,୭ା୩: ସ୍ବାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଆଇନଜୀବୀ ବିପିନ ବିହାରୀ ରଥଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିବା ବେଳେ କଟକ କନିକା ଛକସ୍ଥିତ ତାଙ୍କ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତ ରଥ ହାଇକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ଥିଲେ। ଏଥିସହ ବିଶ୍ୱ ହିନ୍ଦୁ ପରିଷଦ ଏବଂ ବିଭିନ୍ନ ସଂଗଠନ ସହ ଜଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ବହୁ ସଂଗଠନ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ତାଙ୍କ ପୁଅ ଜଷ୍ଟିସ ବିଶ୍ୱନାଥ ରଥ ସମ୍ପ୍ରତି ହାଇକୋର୍ଟର ବିଚାରପତି ଅଛନ୍ତି।

Share