ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ସୁନ୍ଦରଗଡ଼,୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି।

ପ୍ରକାଶ ଯେ, ବିଶ୍ରାରେ ୨ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ପରେ ପଶାସନ ପକ୍ଷରୁ ପ୍ରଥମେ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରିଥିଲା। ଏହାପରେ ଦ୍ବିତୀୟଥର ପାଇଁ ଏହାର ଅବଧିକୁ ଗତ ୧୪ତାରିଖରେ ବୃଦ୍ଧି କରାଯିବା ପରେ ଗୁରୁବାର ତୃତୀୟ ଥର ପାଇଁ ଏହାର ଅବଧିକୁ ବୃଦ୍ଧି କରାଯାଇଛି।

Share