ବିସ୍ଫୋରକ ଜବତ, ମାଓବାଦୀ ଗିରଫ : ଠିକାସଂସ୍ଥା ଗାଡ଼ି ପୋଡିଲେ ମାଓବାଦୀ

ମାଲକାନଗିରି, ୪।୬(ଡି.ଏନ୍‌.ଏ.)
ମାଓବାଦୀ ନିରୋଧ ଅଭିଯାନରେ ଛତିଶଗଡ଼ ପୋଲିସ ମଙ୍ଗଳବାର ଉଲ୍ଲେଖନୀୟ ସଫଳତା ପାଇଛି। ବିଭିନ୍ନ ସ୍ଥାନରେ କୋମ୍ବିଂ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିବା ସହ ଜଣେ ଇନାମୀ ମାଓବାଦୀଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି।
ସୂଚନା ଅନୁଯାୟୀ, ଛତିଶଗଡ଼ର କାଙ୍କେର ଜିଲା ଆମ୍ବାବେଡା ଅଞ୍ଚଳରେ ସ୍ଥାନୀୟ ପୋଲିସ କୋମ୍ବିଂ ଅପରେଶନ ଚଳାଇଥିବା ବେଳେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଥିଲା। ସେଠାରୁ ବିପୁଳ ପରିମାଣର ବିସ୍ଫୋରକ, ଟ୍ରାନ୍ସମିଟର, ବୋମା, ମାଓବାଦୀଙ୍କ ଦ୍ୱାରା ବ୍ୟବହୃତ ପୋଷାକ ଆଦି ଜବତ କରାଯାଇଛି। ସେହିପରି ଦାନ୍ତଓ୍ବୋଡା ଓ ବିଜାପୁର ପୋଲିସର ଯୁଗ୍ମ ଅପରେଶନ ସମୟରେ ଗାଙ୍ଗୁଲୁର ଅଞ୍ଚଳରୁ ବିସ୍ଫୋରକ ସାମଗ୍ରୀ, ଅଫୁଟା ବୋମା, ଓ୍ବାକିଟକି ସହିତ ମାଓବାଦୀ ବ୍ୟବହାର କରୁଥିବା ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ସେଠାରୁ ପୋଲିସ ଇନାମୀ ମାଓବାଦୀ ବାମନ ବେକାଙ୍କୁ ଗିରଫ କରିଛି। ବାମନ ବହୁ ମାଓବାଦୀ ହିଂସାକାଣ୍ଡରେ ଜଡିତ ଥିଲେ। ତାଙ୍କ ନାଁରେ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ଅନ୍ୟପକ୍ଷରେ ମାଓବାଦୀମାନେ ମଧ୍ୟ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ବିଜାପୁର ଜିଲାରେ ଠିକା କାର୍ଯ୍ୟରେ ନିୟୋଜିତ ତିନୋଟି ଗାଡିକୁ ସେମାନେ ପୋଡି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri