ବୁଧବାରରୁ ବର୍ଷା: ୮ଜିଲାକୁ ୟେଲୋ ଓ୍ବାର୍ନିଂ, ବଜ୍ରପାତ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ବୁଧବାର ୮ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ରାୟଗଡ଼ା, କୋରାପୁଟ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୧୨ରେ ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଏବଂ ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ଥିବା କୁହାଯାଇଛି।

Share