ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ବୁଧବାର ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ପରୀକ୍ଷା ଫଳ ପ୍ରକାଶ କରାଯିବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ମଙ୍ଗଳବାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ଅଫ୍‌ଲାଇନ୍‌ରେ ୨୫,୭୩୧ ଓ ଅନ୍‌ଲାଇନ୍‌ରେ ୧୩,୯୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

Share