ବୁଧବାର ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୧ା୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

Share