ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୨୦ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧନାସାହି ଗ୍ରାମର ଜନୈକା ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ା ମୃତା ମହିଳା ଜଣକ ହେଲେ ସେହି ଗ୍ରାମର ବାସନ୍ତୀ ସିଂ(୬୨)। ପୋଲିସ ସୂଚନା ଅନୁଯାୟୀ, ଦୁଇ ଦିନ ପୂର୍ବେ ମୁଣ୍ଡରେ ଗଭୀର କ୍ଷତ ହେବାରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ପ୍ରଥମେ ବଡସାହି ଓ ପରେ ବାରିପଦା ପିଆରଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ା ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୫୩/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ତଦନ୍ତକାରୀ ଅଫିସର ପ୍ରକାଶ କରିଛନ୍ତି ା