ରଣପୁର,୧୯ା୬(ସ୍ବ.ପ୍ର.)-ପରିବେଶ ପ୍ରଦୂଷଣ ନିମନ୍ତେ ଇଟାଭାଟିଗୁଡ଼ିକୁ ଦାୟୀ କରାଯାଇ ରଣପୁରର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଉପରେ ଚଢ଼ାଉ କରାଯାଇଛି। ନୟାଗଡ଼ ଜିଲା ରଣପୁର ତହସିଲରେ ପରିବେଶ ନିୟମଗୁଡ଼ିକୁ ଖୋଲାଖୋଲି ଉଲ୍ଲଙ୍ଘନ କରାଯାଉଥିବା ଅଭିଯୋଗ ହୋଇଛି। ଦୀର୍ଘବର୍ଷ ଧରି ଏହି ତହସିଲ ଅଧୀନ ଜଙ୍ଗଲରୁ ଚୋରାରେ କାଠ କାଟିବା, ସରକାରୀ ଜମିରୁ ମାଟି ଆଣି ବେଆଇନ ଭାବେ ଇଟାଭାଟି କରିବା ଅଭିଯୋଗ ହୋଇଆସୁଛି। ଏ ନେଇ ତହସିଲ କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଗ୍ରାମବାସୀ ନୟାଗଡ ଜିଲ୍ଲାପାଳ ଡ. ଏନ୍. ତିରୁମଲ୍ଲା ନାୟକଙ୍କ ନିକଟରେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିଦ୍ଦେର୍ଶରେ ରଣପୁର ତହସିଲଦାର ସୁଶାନ୍ତ କୁମାର ପତି ଓ କର୍ମଚାରୀମାନେ ବାଉଁଶଗଡ, ରଣପୁର, ସାନଗଡ଼, ବାଉଁଶଗଡ଼, କୃଷ୍ଣଚନ୍ଦ୍ରପୁର ଆଦି ଅଞ୍ଚଳରେ ଚଢ଼ାଉ କରି ବେଆଇନ ଇଟାଭାଟିଗୁଡ଼ିକୁ ବନ୍ଦ କରିଦେଇଛନ୍ତି। ଇଟାଭାଟି ମାଲିକଙ୍କ ବିରୋଧରେ ଏ ନେଇ ମାମଲା ରୁଜୁ କରାଯାଇଛି ।

ଯବାନଙ୍କ ଅକାଳ ବିୟୋଗ: ଗାଁରେ ଖେଳିଗଲା ଶୋକାକୁଳ ପରିବେଶ
ରଣପୁର,୧୭।୪: ନୟାଗଡ଼ ଜିଲା ରଣପୁର ବ୍ଲକର ପାଟପୁର ଗାଁ। ମ୍ରିୟମାଣ ହୋଇ ପଡିଛନ୍ତି ଗାଁ ଲୋକେ l ଗାଁରେ ଖେଳିଗଲା ଶୋକାକୁଳ ପରିବେଶ l ରାଷ୍ଟ୍ରୀୟ...

ଶରଣକୁଳ ଥାନା ଏସ୍ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…
ଭୁବନେଶ୍ୱର,୧୬।୪(ସତ୍ୟଜିତ୍ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ଗାଁରେ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରିଥିଲି
ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଓ୍ବାଲିପୁର ଗାଁର କୌଶଲ୍ୟା ଜେନା ଓ ସ୍ବର୍ଗତ ନୀଳାମ୍ବର ଜେନାଙ୍କ ମୁଁ ହେଲି ସାନପୁଅ। ବାପା...

ଖଣ୍ଡପଡ଼ା ବାର ଆସୋସିଏଶନ୍ ବିର୍ବାଚନ: ସଂଗ୍ରାମ ମିଶ୍ର ସଭାପତି,ବିକ୍ରମ କେଶରୀ ଦେଓ ସଂପାଦଜ
ଖଣ୍ଡପଡା,୨୯।୩(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବାର ଆସୋସିଏଶନ୍ର 2025-2 ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ ଶନିବାର ବାର ଆସୋସିଏଶନ୍ କାର୍ଯାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।...

୨ ନାବାଳକ ଭାଇଙ୍କୁ ହତ୍ୟା କରିବାର ଡେମୋ ଦେଖାଉଛନ୍ତି ହତ୍ୟାକାରୀ ବାପା
ନୟାଗଡ଼,୨୬।୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚାଙ୍ଗଡା ଗାଁର ୨ ନାବାଳକ ଭାଇ ଆକାଶ (୧୪) ଓ ସାନ ଭାଇ ବିକାଶ ମହାନ୍ତି (୯)...

କଣ୍ଟିଲୋ ନୀଳମାଧବଙ୍କୁ ପୂଜା କଲେ ରାଷ୍ଟ୍ରପତି
ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ...

କଣ୍ଟିଲୋରେ ରାଷ୍ଟ୍ରପତି
ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ମା’ ହେଲେ କଲେଜ ଛାତ୍ରୀ, ଶୌଚାଳୟରେ ଜନ୍ମ କଲେ ମଲା ଛୁଆ
ନୟାଗଡ଼, ୨୦।୩(ଲୋକନାଥ ମିଶ୍ର): ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ଶୌଚାଳୟ ପରିସରରେ ମୃତ ଛୁଆ ଜନ୍ମ କରିଛନ୍ତି ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛାତ୍ରୀ ।...