କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ ଶ୍ରମିକ। ସେମାନେ ୩ ଦିନ ଧରି ଭୋକ ଉପବାସରେ ଦିନ କାଟୁଛନ୍ତି। ବେଙ୍ଗାଲୁରୁର ସୋଲାରପୁରିଆ ନାମକ ଏକ କନଷ୍ଟ୍ରକଶନ କମ୍ପାନୀରେ ୪ମାସ ହେଲା କାର୍ଯ୍ୟ କରୁଥିଲେ। କରୋନା ଆତଙ୍କ ପରେ କମ୍ପାନୀ ବନ୍ଦ ହୋଇଯାଇଛି। ସେମାନେ ୨ମାସର ଦରମା ପାଇ ନ ଥିବା ବେଳେ ଘରକୁ ଫେରିବା ପାଇଁ ଚାହିଁଲେ ବି ଚାରିଆଡେ ବନ୍ଦ ଯୋଗୁ ଓଡ଼ିିଶା ଆସିପାରୁନାହାନ୍ତି। କିଛି ଖାଇବା ପାଇଁ ମିଳୁନାହିଁ। ବାହାରକୁ ବାହାରିଲେ ପୋଲିସ ମାଡ ମାରୁଛି। ତେଣୁ ସେମାନେ ଫେସବୁକରେ ଭିଡିଓ ମାଧ୍ୟମରେ ନିଜର ଦୁଃଖ ଦୁର୍ଦ୍ଦଶା ବଖାଣିବା ସହ ଓଡ଼ିଶା ଫେରାଇଆଣିବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ କରିଛନ୍ତି।
ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ View All

ନବନିର୍ମିତ ପାର୍କ: ପୂର୍ବରୁ ଉଦ୍ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ
ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ...

ଶୌଚ ପାଇଁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ
ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ବଡବନ୍ଧ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଥିବା ଜଣାପଡିଛି...

ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍ ଚିଠି
ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ...

ମହୁଲଫୁଲ ୪୭ ଟଙ୍କାରୁ କମ୍ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ
ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା...

ବସିବାକୁ କେନ୍ଦ୍ର କରି ହଟ୍ଟଗୋଳ: ବିକଶିତ ଗାଁ ବିକଶିତ ଓଡ଼ିଶା ବୈଠକ ବନ୍ଦ
କାଳିପଦା,୨୫।୪(ରାଜଶ୍ରୀ ପାଣିଗ୍ରାହୀ)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସଭା ଗୃହ ପରିସରରେ ଶୁକ୍ରବାର ପୂର୍ବାହ୍ନରେ ବିକଶିତ ଗାଁ ବିକାଶିତ ଓଡ଼ିଶା କାର୍ଯ୍ୟକ୍ରମ ଲାଗି ବୈଠକ ଆୟୋଜନ କରାଯାଇଥିଲା।...

ମୃତ୍ୟୁକୁ ୩ ଦିନ ବିତିଲାଣି,ଅପରିଚିତ ବ୍ୟକ୍ତିଙ୍କ ପରିଚୟ ଖୋଜୁଛି ଭଞ୍ଜନଗର ପୋଲିସ
ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ତାତି ବଢ଼ିଯାଇଛି। ପୂର୍ବାହ୍ନ ୧୦ ଟା ହେଲେ ଲୋକେ ଆଉ ଘରୁ ବାହାରିବାକୁ ଭୟ...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ
ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ୫ ମାସ ୨୦ ଦିନରେ ଚୂଡ଼ାନ୍ତ...

ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ବିଭିନ୍ନ ସଙ୍ଗଠନ
ବଡ଼ଗାଁ,୨୫।୪(ଅଶୋକ ଷଡ଼ଙ୍ଗୀ): କଶ୍ମୀରର ପହଲଗାମ୍ରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି।...