ବୈଠକକୁ ଆସିଲେନି ବିଦ୍ୟୁତ୍‌ ବିଭାଗ ଅଧିକାରୀ: କାରଣ ଦର୍ଶାଅ ନୋଟିସ ନିର୍ଦ୍ଦେଶ ଦେଲେ ଜିଲାପାଳ

ବାରିପଦା ଅଫିସ,୪।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆସନ୍ତା ଜୁଲାଇ ୫ ଓ ୬ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଓ ଦେବୋତ୍ତର ବିଭାଗ ପକ୍ଷରୁ ମଙ୍ଗଳବାର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିନୀତ ଭରଦ୍ୱାଜ, ଅତିରିକ୍ତ ଜିଲାପାଳ ଅବୋଲି ନରବାଣେ, ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତରହି ରଥଯାତ୍ରା ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ। କିନ୍ତୁ ବୈଠକରେ ବିଦ୍ୟୁତ୍‌ ବିଭାଗର କୌଣସି ଜଣେ ବି ଅଧିକାରୀ ଉପସ୍ଥିତ ନ ଥିଲେ । ଏହାକୁ ନେଇ ଜିଲାପାଳ ଭରଦ୍ୱାଜ ଉଦ୍‌ବେଗ ପ୍ରକାଶ କରିବା ସହ ବିଭାଗୀୟ ଅଧିକାରୀଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ବିଦ୍ୟୁତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ କ୍ଷୀରୋଦ ବେହେରାଙ୍କୁ ପଚାରିବାରୁ ବୈଠକ ସମ୍ପର୍କରେ ତାଙ୍କ ନିକଟରେ ସୂଚନା ନ ଥିବା ସେ କହିଛନ୍ତି।

Share