ବ୍ଲଡପ୍ରେସର

ଆମ ଶରୀରରେ ରକ୍ତ ସଂଚାଳନ ସକ୍ରିୟ ରହିବା ଦରକାର। ଏଥିରେ ଅସନ୍ତୁଳନ ପରିଲକ୍ଷିତ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ଅସନ୍ତୁଳିତ ରକ୍ତ ସଂଚାଳନକୁ ବ୍ଲଡପ୍ରେସର ବା ରକ୍ତଚାପ ବୋଲି କୁହାଯାଏ। ଏପରି ସମସ୍ୟା ଦେଖାଦେଲେ ସେଥିପ୍ରତି ସତର୍କ ରହିବା ନିହାତି ଜରୁରୀ। ବ୍ଲଡପ୍ରେସରକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି-ହାଇ ବ୍ଲଡପ୍ରେସର ଏବଂ ଲୋ ବ୍ଲଡପ୍ରେସର। ଏପରି ସମସ୍ୟା ଦେଖାଦେବା ମାତ୍ରେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। କେବଳ ସେତିକି ନୁହେଁ, ନିୟମିତ ସମୟ ଅନ୍ତରାଳରେ ବ୍ଲଡପ୍ରେସର କେତେ ରହୁଛି ତାହା ମାପିନିଅନ୍ତୁ। ଜଣେ ସାଧାରଣ ବ୍ୟକ୍ତିର ରକ୍ତଚାପ ହେଉଛି ‘୧୨୦/୮୦’। ଏଥିରେ ତାରତମ୍ୟ ଦେଖାଦେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ଦରକାର। ତା’ସହ ଖାଦ୍ୟପେୟ ପ୍ରତି ଧ୍ୟାନଦିଅନ୍ତୁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ଓଜନ ବୃଦ୍ଧି। ବ୍ଲଡପ୍ରେସରକୁ ନିୟନ୍ତ୍ରଣରେ ରଖିବାକୁ ନଜର ଦିଅନ୍ତୁ। ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମ ସାମିଲ କରନ୍ତୁ। ପ୍ରତିଦିନ ଅତିକମ୍‌ରେ ୩୦ ମିନିଟ୍‌ ଚାଲନ୍ତୁ। ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ। ଅଧିକ ଲବଣଜାତୀୟ ଖାଦ୍ୟଠାରୁ ନିଜକୁ ଯେତେ ଦୂରେଇ ରଖିବେ ସେତେ ଭଲ। ଖାସ୍‌ କଥା ହେଲା, ଯଦି ଆପଣଙ୍କର ବ୍ଲଡପ୍ରେସର ସମସ୍ୟା ରହିଛି ତେବେ ନିଶାଦ୍ରବ୍ୟ ବର୍ଜନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri