ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି’ ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଅବସରରେ ବିଇଓ, ଏବିଇଓ, ଶିକ୍ଷକ ସଂଘର ସମ୍ପାଦକ ପ୍ରମୁଖ ସାମିଲ ହୋଇଥିଲେ। ଏହି କ୍ରୀଡା ପ୍ରତିଯୋଗିତାରେ ବହୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି।