Advertisement
Categories: ଗଞ୍ଜାମ

ଭଞ୍ଜନଗର, ଆସିକା, ସୋରଡାରେରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୫୨୫ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଓ ଆସିକା ବିଜେଡି ପ୍ରାର୍ଥୀ ମଞ୍ଜୁଳା ସ୍ବାଇଁ ମଧ୍ୟ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ଆଗୁଆ ରହିଥିବା ସୂଚନା ମିଳିଛି। ଭଞ୍ଜନଗର ସେଗ୍‌ମେଣ୍ଟରେ କନ୍ଧମାଳ ବିଜେଡି ଲୋକସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୫୭୩ ଭୋଟରେ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ଆଗୁଆ ଥିବା ଜଣାପଡିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel