ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍‌ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଉଚ୍ଛେଦ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ଖଲାସି ସାହିରେ ଆଜି ୪୦ ପ୍ରତିଶତ ଉଚ୍ଛେଦ ହୋଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ପରେ ରାସ୍ତାରେ ପଡ଼ିଥିବା ଗୋଡ଼ି, ମାଟି, ପଥର, ଇଟାକୁ ବାହାର କରିବା ପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଛି। ରାତି ତମାମ ଏହି କାମ ଚାଲିବ। ଶୁକ୍ରବାର ପୁଣି ଉଚ୍ଛେଦ ହେବ। ତେଣୁ ଏନେଇ ଆଜି ସନ୍ଧ୍ୟାରେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଆଗାମୀ କାର୍ଯ୍ୟକ୍ରମ ଉପରେ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ନିର୍ବାହୀ ଅଧିକାରୀ ଭଜରାମ ବିଶ୍ୱାଳ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ରମେଶ ପ୍ରସାଦ ସ୍ବାଇଁ, ତହସିଲଦାର ଦୀନମଣି ନାୟକ, ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ, ଜନସ୍ବାସ୍ଥ୍ୟ, ଟେଲିଫୋନ, ସାଉଥ୍‌କୋ ସମେତ ପ୍ରମୁଖ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଉଚ୍ଛେଦ ସମୟରେ ବିଶୃଙ୍ଖଳା ଆଶଙ୍କାରେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ଭଞ୍ଜନଗର ଖଲାସିସାହି ରାସ୍ତାକୁ ଲୋକେ ବହୁବର୍ଷ ହେବ ଜବରଦଖଲ କରି ରଖିଥିଲେ। ବିଗତ ଦିନରେ ବହୁବାର ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ହୋଇଥିଲା। କିନ୍ତୁ ବିଭିନ୍ନ କାରଣରୁ ତାହା ସଫଳ ହୋଇପାରିନଥିଲା। ଶୁକ୍ରବାର ଡ୍ରେନ୍‌ ପର୍ଯ୍ୟନ୍ତ ହିଁ ଉଚ୍ଛେଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri