ଭଦ୍ରକରେ ପୁଣି ଜଣେ କରୋନା ପଜିଟିଭ୍‌: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା

ଭୁବନେଶ୍ୱର,୨୪ା୪(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍‌ସାଇଟ ସୂଚନାରୁ ଜଣାପଡ଼ିଛି। ତାଙ୍କର ବୟସ ୪୦ ବର୍ଷ। ସେ ମଧ୍ୟ ପଶ୍ଚିମବଙ୍ଗରୁ ଫେରିଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତ ଚିହ୍ନଟ ପର ଭଦ୍ରକ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ ସୁସ୍ଥ ହୋଇଛନ୍ତି। ୫୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।

Share