ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି।
ଏକ ଜାତୀୟ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୋଷାରୋପ କରିଥିଲେ। ଉଭୟ ଥାନାରେ ପହଞ୍ଚି ଉଭୟ ହଙ୍ଗାମା କରିବା, ସହ ଦୁର୍ବ୍ୟବହାର କରିଥିବା ସେ କହିଲେ।
ସେ ଆହୁରି କହିଥିଲେ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ସହ ଅଙ୍କିତା ଗାଳି କରିଥିଲେ। ଯାହାଙ୍କୁ ଦେଖିଲେ ଲାଗୁଥିଲା ସେ  ନିଶାଗ୍ରସ୍ତ ଥିଲେ।  ଜଣେ ମହିଳା ଅଫିସରଙ୍କୁ ସେ ଚାପୁଡ଼ା ମାରିଲେ, ଅନ୍ୟ ଜଣକୁ କାମୁଡ଼ିଲେ। ଆଇଆଇସି ଆସିଲା ପରେ ତାଙ୍କୁ ବି ସେ ଦୁର୍ବ୍ୟବହାର କରିଥିଲେ। ଦୁର୍ବ୍ୟବହାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା।
ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି  ଯେଉଁଥିରେ ଦେଖିବାକୁ ମିଳୁଛି ଉଭୟ ଲିଖିତ ଅଭିଯୋଗ କରିଥିଲେ। ଶୃଙ୍ଖଳିତ ଭାବେ ଥାନାରେ ଅଭିଯୋଗ ଲେଖିଥିଲେ ମେଜର ଓ ତାଙ୍କ ବାନ୍ଧବୀ । ଉଭୟଙ୍କ ଭିଡିଓ ବି କରିଥିଲେ ପୋଲିସ କର୍ମଚାରୀ।
ଅନ୍ୟପକ୍ଷେ ଥାନାରେ କୋଟିକୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଭରତପୁର ଥାନାରେ କ୍ୟାମେରା ନାହିଁ ବୋଲି ରବିବାର ଥାନା ଭାରପ୍ରାପ୍ତ ଅଧିକାରୀ ଦୀନକୃଷ୍ଣ ମିଶ୍ର କହିଥିଲେ।
ତେବେ ପୂର୍ବରୁ ଭରତପୁର ଥାନାରେ ସିସିଟିଭି ଲାଗିଥିବା କହିଥିଲେ ପୋଲିସ କମିଶନର ସଞ୍ଜୀବ ପଣ୍ଡା। ଗତ ମାର୍ଚ୍ଚ ୧୧ ତାରିଖରେ ଭରତପୁର ମଡେଲ ଥାନା ଉଦଘାଟନ ଅବସରରେ ପୋଲିସ କମିଶନର ଖୋଦ ନିଜେ ଏକଥା କହିଥିଲେ।କମିଶନରେଟ ପୋଲିସର ସତ  କେଉଁଟା ମିଛ କେଉଁଟା ତାକୁ ନେଇ ପ୍ରଶ୍ନ ଉଠୁଛି।

ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ।  ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି  ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri