ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ସମ୍ବିତ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ରହିଥାନ୍ତି। ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ ସେ ଗୁରୁବାର ଟୁଇଟ୍‌ ମଧ୍ୟ କରିଛନ୍ତି।

Share