ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୪୯ ହଜାର

ନୂଆଦିଲ୍ଲୀ,୬।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୯ ହଜାର ୩୯୧ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୧,୬୯୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୧୪ ହଜାର ୧୮୩ ସଂକ୍ରମିତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨,୯୫୮ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ ମୃତ୍ୟୁ ସଂଖ୍ୟା ୧୨୬ରେ ପହଞ୍ଚିଛି।

Share