Categories: ଜାତୀୟ

ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର ଉପରେ ୨୪ ଘଣ୍ଟିଆ କଡ଼ା ନଜର ରଖାଯାଇଛି। ଶ୍ରୀନଗର, ଅଓ୍ବନ୍ତୀପୋରା, ଜମ୍ମୁ, ପଠାଣକୋଟ୍‌. ହିଣ୍ଡନ୍‌ ଏୟାର ବେସ୍‌ଠାରୋ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସବୁ ଅଞ୍ଚଳରେ ଆତ୍ମଘାତୀ ଆକ୍ରମଣର ଆଶଙ୍କା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Share